ରାଜ୍ୟରେ ଚିନ୍ତା ବଢାଉଛି ମୃତ୍ୟୁ ସଂଖ୍ୟା: ପୁଣି ୬୫ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଅଗଷ୍ଟ ୧୮: ଗତ କିଛି ଦିନ ହେଲା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିପାରୁନି ବ୍ରେକ । ଗତ ୨୪ ଘଣ୍ଟାରେ ୬୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।  ମୃତକଙ୍କ ମଧ୍ୟରେ କଟକରୁ ୧୫, ଜଗତସିଂହପୁରରୁ ୧୧, କେନ୍ଦ୍ରାପଡାରୁ ୯, ଢେଙ୍କାନାଳରୁ ୭, ଅନୁଗୁଳ ଓ ବାଲେଶ୍ୱରରୁ ୫ ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକରୁ ୩, ମୟୂରଭଞ୍ଜରୁ ୩, ପୁରୀରୁ ୨ ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା, କୋରାପୁଟ, ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ୯୯୭୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୯୮୦୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୩୬ ଜଣ ଆକ୍ରାନ୍ତ ଅଛନ୍ତି । ସେହିପରି କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬ରେ ପହଞ୍ଚିଛି ।  

Leave A Reply

Your email address will not be published.