ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ବର, ଅଗଷ୍ଟ ୧୯ : ଗତ ୨୪ ଘଣ୍ଟା ମଧ୍ୟରେ ୧୦୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୧୫୪ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।କଟକ ଜିଲ୍ଲାରୁ ସର୍ବାଧିକ ୧୮ଜଣ , ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ ଲେଖାଏଁ, ଅନୁଗୁଳ ଜିଲ୍ଲାରୁ ୪ଜଣ ରହିଛନ୍ତି । ବାଲେଶ୍ୱର, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ ଲେଖାଏଁ, ଗଞ୍ଜାମ ୨ଜଣ, ନୟାଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.