ପୁଣି ହଜାରେ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, ଅଗଷ୍ଟ ୧୯ : ଆଜି ପୁଣି ଥରେ ଆକ୍ରାନ୍ତଙ୍କ ସଂଖ୍ୟା ହଜାରେ ପାର କରିଛି । ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୧ହଜାର ୪୧ ଆକ୍ରାନ୍ତ । କ୍ୱାରେଣ୍ଟାଇନରୁ ୬୦୫ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୪୩୬ । ଏମାନଙ୍କ ଭିତରେ ୦-୧୮ ବର୍ଷ ଭିତରେ ୧୨୮ ଜଣ ଶିଶୁ ଓ କିଶୋର ପଜିଟିଭ୍ ବାହାରିଛନ୍ତି ।ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୯୮ ଓ କଟକରୁ ଚିହ୍ନଟ ହୋଇଛନ୍ତି ୧୭୬ ନୂଆ ଆକ୍ରାନ୍ତ । ଯାଜପୁର ଜିଲ୍ଲାରୁ ୫୬ ଓ ଜଗତସିଂହପୁର ଜିଲ୍ଲାରୁ ଆଉ ୪୩ ସଂକ୍ରମିତ ହୋଇଛନ୍ତି । ବାକି ସବୁ ଜିଲ୍ଲାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪୦ ଭିତରେ ରହିଛି । ଏଥିରୁ ୧୬ ଜିଲ୍ଲାରେ ୧୦ ଭିତରେ ରହିଛି ନୂଆ ସଂକ୍ରମିତଙ୍କ ସଂଖ୍ୟା ।

Leave A Reply

Your email address will not be published.