ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟରେ ଆଜି ଠାରୁ ଆରମ୍ଭ ହେଲା ଏକକ ପିଜି ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର, ଅଗଷ୍ଟ 23 : କରୋନା ଭୂତାଣୁ ପାଇଁ ରାଜ୍ୟର ଶିକ୍ଷାବସ୍ଥା ପୁରାପୁରି ଦୋହଲି ଯାଇଥିବା ବେଳେ ଗୋଟିଏ ପରେ ଗୋଟିଏ ପରୀକ୍ଷା ବାତିଲ୍ ହେବାରେ ଲାଗିଛି । ଏହାରି ଭିତରେ ଆଜିଠାରୁ ବିଭିନ୍ନ ଡିଗ୍ରୀ କଲେଜ ଓ ବିଶ୍ବବିଦ୍ୟାଳୟରେ ଏକକ ପିଜି ପ୍ରବେଶିକା ପରୀକ୍ଷା ଆରମ୍ଭ ହୋଇଛି । ପରୀକ୍ଷା ପାଇଁ ୬୩ ହଜାର ୩୧୩ ଜଣ ଛାତ୍ରଛାତ୍ରୀ ପଞ୍ଜିକରଣ କରିଥିବା ବେଳେ ଆଜି ଠାରୁ ଆରମ୍ଭ ହୋଇ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୋଲି ସାମ୍‌ସ କର୍ତ୍ତପକ୍ଷ ସୂଚନା ଦେଇଛନ୍ତି । ଅକ୍ଟୋବର ୧୨ ତାରିଖରେ ବିଭାଗ ଅନୁଯାୟୀ ରାଜ୍ୟସ୍ତରୀୟ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ । ଅକ୍ଟୋବର ୧୭ପର‌୍ୟ୍ୟନ୍ତ ଚଏସ୍ ଫିଲିଂ କରିପାରିବେ ଛାତ୍ରଛାତ୍ରୀ । ପ୍ରଥମ ସିଟିଂ ସକାଳ ୧୦ଟାରୁ ଆରମ୍ଭ ହୋଇ ୧୧ଟା ୩୦ରେ ଶେଷ ହେବ । ଦ୍ବିତୀୟ ସିଟିଂ ୧୨ଟା ୩୦ରୁ ୨ଟା ଓ ତୃତୀୟ ସିଟିଂ ୩ଟାରୁ ଆରମ୍ଭ ହୋଇ ୪ଟା ୩୦ରେ ଶେଷ ହେବ

Leave A Reply

Your email address will not be published.