ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୪ଟାରୁ ସାଧାରଣ ଦର୍ଶନ ବନ୍ଦ

ପୁରୀ, ଅଗଷ୍ଟ ୨୫ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ବନକଲାଗି ନୀତି । ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ବନକଲାଗି ସେବା କରିବେ । ଠାକୁରଙ୍କ ବନକଲାଗି ନୀତି ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି ହେବ ।  ସେଥିପାଇଁ ଅପରାହ୍ନ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ମହାପ୍ରଭୁଙ୍କ ବନକଲାଗି ନୀତି ଆରମ୍ଭ ହୋଇଥାଏ । ବନକଲାଗି ପାଇଁ ହିଙ୍ଗୁଳା, ହରିତାଳ, ଶଙ୍ଖ, କେଶର, କପୂର, କଇଥ ଅଠା, କସ୍ତୁରୀ ଓ କଳା ଇତ୍ୟାଦି ବ୍ୟବହାର କରାଯାଏ । ଏହାପରେ ଠାକୁରଙ୍କ ମହାସ୍ନାନ ବଢି ଯଥାବିଧି ନୀତି ଚାଲିବ ।  ସେପଟେ ୨୭ ତାରିଖରେ ରେଖାପଞ୍ଚମୀ ଅବସରରେ ମହାପ୍ରଭୁଙ୍କ ସୁବର୍ଣ୍ଣ ରାହୁରେଖା ଲାଗି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ । ଭୋଗମଣ୍ଡପ ପରେ ଏହି ନୀତି ଅନୁଷ୍ଠିତ ହେବ । ସେଦିନ ଅପରାହ୍ନ ୨ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । 

Leave A Reply

Your email address will not be published.