୨୪ ଘଣ୍ଟାରେ ବାହାରିଲେ ୮୪୯ କରୋନା ପଜିଟିଭ୍

ଭୁବନେଶ୍ୱର, ଅଗଷ୍ଟ 26 : ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୦୪୦୫୯ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୪୯୨ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୩୫୭ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୦୪୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୨୮୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯୮୮୦୯୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୭୭୩୭୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.