ରାଜ୍ୟରେ ଆଉ ୬୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଅଗଷ୍ଟ 28 : ଗତ ୨୪ ଘଣ୍ଟା ମଧ୍ୟରେ ୭୭୯ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭୬୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । କଟକ ଜିଲ୍ଲାରୁ ସର୍ବାଧିକ ୨୫ଜଣ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ ଲେଖାଏଁ , ଜଗତସିଂହପୁର ଜିଲ୍ଲାରୁ ୬ଜଣ, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳ ଜିଲ୍ଲାରୁ ୩ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୨ଜଣ, ବୌଦ୍ଧ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

Leave A Reply

Your email address will not be published.