ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ, ଅଗଷ୍ଟ 30 : ଦେଶର ଛାତ୍ରଛାତୀଙ୍କ ଉଚ୍ଚଶିକ୍ଷାର ବିକାଶ ନିମନ୍ତେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧମେନ୍ଦ୍ର ପ୍ରଧାନ ଏନେଇ ଆଲୋକପାତ କରିଛନ୍ତି । ରାଜ୍ୟ ତଥା ରାଜ୍ୟ ବାହାରେ ଥିବା ବିଶ୍ୱବିଦ୍ୟାଳୟ ମାନଙ୍କରେ ପିଜି ନାମଲେଖ।। ପାଇଁ ତାରିଖ ଘୋଷଣା କରାଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ +୩ ପିଲାଙ୍କ ଶେଷ ବର୍ଷର ମାର୍କସିଟ୍ ବାହାରି ପାରିନାହିଁ ।  ଯାହାକୁ କେନ୍ଦ୍ର କରି ଧମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି । କରୋନା କଟକଣା ପାଇଁ ଚଳିତବର୍ଷ ଅନଲାଇନ୍ ରେ ଶେଷ ପରୀକ୍ଷା ଦେଇଥିଲେ ଛାତ୍ରଛାତ୍ରୀ ଏହାର ଫଳାଫଳ ପ୍ରକାଶ ପାଇନଥିବାରୁ ଛାତ୍ରଛାତ୍ରୀମାନେ କଲେଜ ଏବଂ ଓଡ଼ିଶା ଶିକ୍ଷା ବିଭାଗର ଅଧିକାରୀଙ୍କୁ ଏ ନେଇ ଦୃଷ୍ଟି ଆକର୍ଷଣ କରିଥିଲେ । ଏହା ପରେ ବି ଏପର‌୍ୟ୍ୟନ୍ତ ସେମାନଙ୍କୁ ପ୍ରୋଭିଜିନାଲ ମାର୍କସିଟ୍ ଦିଆଯାଇନାହିଁ । ଅନେକ ବିଶ୍ୱବିଦ୍ୟାଳୟରେ ନାମ ଲେଖା ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ଫଳ ପ୍ରକାଶ ପାଇବା ନେଇ ପରୀକ୍ଷାର୍ଥୀମାନେ ଆଶା ଆଶଙ୍କାରେ ରହିଛନ୍ତି ।ତେଣୁ ଯଥା ଶୀଘ୍ର ଏନେଇ ଦୃଷ୍ଟି ଦେବାକୁ ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.