ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ, ଅଗଷ୍ଟ ୩୦ : ଆଜି ଶ୍ରୀମନ୍ଦିରରେ ସାଧାରଣ ଦର୍ସନ ବନ୍ଦ ରହିବ । ଜନ୍ମାଷ୍ଟମୀ ଅବସରରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ । ଅଧିକ ଭିଡ ଆଶଙ୍କା କରି ଶ୍ରୀମନ୍ଦିର ପ୍ରଶାସନ ସାଧାରଣ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି । ପୂର୍ବରୁ ମଧ୍ୟ ଏନେଇ ଏକ ଗାଇଡଲାଇନ ଜାରି କରାଯାଇଛି ।  ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ପରମ୍ପରା ଅନୁସାରେ ଜନ୍ମାଷ୍ଟମୀ ନୀତି ଏକ ଗୁପ୍ତନୀତି ହୋଇଥିବାରୁ ଆଜି ସନ୍ଧ୍ୟା ଧୂପ ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ ।  ସେହିପରି ୨ ଜଣ ମହାଜନ ସେବକ ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ସମ୍ପୂର୍ଣ୍ଣ କରିବେ । କୋଭିଡ କଟକଣା ପାଇଁ ମନ୍ଦିର ପ୍ରଶାସନ ପକ୍ଷରୁ ସାଧାରଣ ଦର୍ଶନ ବନ୍ଦ ରହିବ । ମାତ୍ର ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ସମସ୍ତ ରୀତିନୀତି ଜାରି ରହିବ ।

Leave A Reply

Your email address will not be published.