କୋଭିଡ-୧୯: ୨୪ ଘଣ୍ଟାରେ ଭାରତରେ ୩୫୭ ମୃତ

ନୂଆଦିଲ୍ଲୀ, ସେପ୍ଟେମ୍ବର ୦୩ : ଭାରତରେ କରୋନା ଭାଇରସ ମହାମାରୀର ୨ୟ ଲହର ନିୟନ୍ତ୍ରିତ ହୋଇପାରି ନାହିଁ । ବିଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି । ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ ୪୫ ହଜାର ୪୮୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪ ହଜାର ୯୮୮ ଜଣ ସୁସ୍ଥ ହୋଇଛନ୍ତି । ଏହି ସମୟ ମଧ୍ୟରେ ୩୫୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଅପରପକ୍ଷେ ଗତ ୨୪ ଘଣ୍ଟା ପୂର୍ବରୁ ଦେଶରେ ୪୫ ହଜାର ୯୭୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୪ ହଜାର ୭୭୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । କିନ୍ତୁ ୫୦୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬ ହଜାର ୩୪୪କୁ ବୃଦ୍ଧି ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୨୯ ଲକ୍ଷ ୨ ହଜାର ୩୪୫ ଥିବା ବେଳେ କରୋନାରୁ ୩ କୋଟି ୨୦ ଲକ୍ଷ ୫୬ ହଜାର ୮୫ ଜଣ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା  ୪ ଲକ୍ଷ ୩୯ ହଜାର ୯୧୬କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Leave A Reply

Your email address will not be published.