ଭାରତରେ କରୋନା ୨୪ ଘଣ୍ଟାରେ ୨୧୮ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ସେପ୍ଟେମ୍ବର ୦୬ : ୫ ଦିନ ପରେ ଦେଶରେ କରୋନା ଭାଇରସର ଦୈନିକ ସଂକ୍ରମଣ ୪୦ ହଜାରରୁ ତଳକୁ ଖସିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା କମ ରହିଛି । ଏହି ସମୟ ମଧ୍ୟରେ ଦେଶରେ ୩୯ ହଜାର ୫୨୧ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୪୩ ହଜାର ୯୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କିନ୍ତୁ ଏହି ସମୟ ମଧ୍ୟରେ ଦେଶରେ ୨୧୮ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । 

gpkandhamal

ଦେଶରେ ବିଗତ ୨୪ ଘଣ୍ଟା ପୂର୍ବରୁ ୪୨ ହଜାର ୯୨୪ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩୮ ହଜାର ୪୫୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିଲେ । ସେହିପରି ୩୧୧ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିଲା । କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୧ ହଜାର ୮୫୮କୁ ହ୍ରାସ ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୦ ଲକ୍ଷ ୨୭ ହଜାର ୧୩୬ ଥିବା ବେଳେ କରୋନାରୁ ୩ କୋଟି ୨୧ ଲକ୍ଷ ୭୪ ହଜାର ୪୯୩ ଜଣ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୦ ହଜାର ୭୮୫କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Umasankar Adv
Leave A Reply

Your email address will not be published.