ରାଜ୍ୟରେ କରୋନା ନେଲା ୮ ଜୀବନ

ଭୁବନେଶ୍ୱର, ସେପ୍ଟେମ୍ବର ୬ : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୬୦୯ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । 

gpkandhamal

ତେବେ ଆଜି ୪ ଜିଲ୍ଲାରୁ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣଙ୍କ ରହିଛନ୍ତି । ସେହିପରି ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ୨ଜଣ ରହିତିବା ବେଳେ ଅନୁଗୁଳରୁ ଜଣେ ରହିଛନ୍ତି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ମୋଟ ୧୦୧୨୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୯୯୬ଟି ଆକ୍ଟିଭ୍ କେସ ଥିବା ବେଳେ ୯୯୭୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

Umasankar Adv
Leave A Reply

Your email address will not be published.