ୱେଲମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଗତକାଲିଠାରୁ ତୁହାକୁ ତୁହା ବର୍ଷା ଲାଗି ରହିଛି। ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଆଗାମୀ ୨ରୁ ୩ ଦିନ ମଧ୍ୟରେ ଲଘୁଚାପ କ୍ଷେତ୍ର ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ।

gpkandhamal

ତେଣୁ ସମୁଦ୍ର ଭିତରକୁ ନ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି। ଗତକାଲିଠୁ କୋରାପୁଟ ଓ ବାଲେଶ୍ୱର ଜିଲ୍ଲାରେ ଲଘୁଚାପ ବର୍ଷା ଜାରି ରହିଛି।  କୋରାପୁଟ ଜିଲ୍ଲାକୁ ୟଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜରୁରୀକାଳୀନ ଅଧିକାରୀ ଜ୍ଞାନଜିତ  ତ୍ରିପାଠୀ କହିଛନ୍ତି।  ସେ କହିଛନ୍ତି, ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲ୍ଲାରେ ୫୦୬ ମିଲିମିଟର ବର୍ଷା ହୋଇଛି।

Umasankar Adv
Leave A Reply

Your email address will not be published.