ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ସେପ୍ଟେମ୍ବର 9 : ରାଜ୍ୟରେ କରୋନା ଗ୍ରାଫ୍ ଉପର ତଳ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୭୮ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଅନୁଗୁଳ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ଯାଜପୁର, ମୟୂରଭଞ୍ଜ, ନବରଙ୍ଗପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।

gpkandhamal

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୩ ହଜାର ୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬ ହଜାର ୮୫୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୯୮ ହଜାର ୫୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୫୯୯୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି।

Umasankar Adv
Leave A Reply

Your email address will not be published.