ରାଜ୍ୟରେ ଗତ ୨୪ ଘଣ୍ଟାରେ ୮ ମୁଣ୍ଡ ନେଲା କରୋନା ମହାମାରୀ

ଭୁବନେଶ୍ୱର, ସେପ୍ଟେମ୍ବର ୧୧ : ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି । ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ବି ହ୍ରାସ ପାଉଛି । ତେବେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮ ଜଣଙ୍କ ମୃତ୍ୟୁ ହୋଇଛି । 

gpkandhamal

ତେବେ ଆଜି ୭ ଜିଲ୍ଲାରୁ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା । କଟକରୁ ଜିଲ୍ଲାରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳ, ବାଲେଶ୍ୱର, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । 

Umasankar Adv

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୧୫୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୭୦୨୦ଟି ଆକ୍ଟିଭ କେସ ରହିଥିବା ବେଳେ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । 

Leave A Reply

Your email address will not be published.