ରାଜ୍ୟରେ ଆଉ ୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ସେପ୍ଟେମ୍ବର 17 : ଗତ ୨୪ ଘଣ୍ଟାରେ ୬୨୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

gpkandhamal

ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୮ ହଜାର ୯୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Umasankar Adv

ଏଥି ମଧ୍ୟରୁ ୫ ହଜାର ୯୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୪ ହଜାର ୮୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୧୨୮୨୫୩ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.