ରାଜ୍ୟରେ ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ସେପ୍ଟେମ୍ବର 18 : ଗତ ୨୪ ଘଣ୍ଟାରେ ୬୯୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

gpkandhamal

କଟକ, ଜଗତସିଂହପୁର, ଯାଜପୁର, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୯ ହଜାର ୬୨୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Umasankar Adv

ଏଥି ମଧ୍ୟରୁ ୫ ହଜାର ୮୭୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୫ ହଜାର ୫୬୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୧୯୩୭୬୫ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.