ଜଳଦ କୁମାର ତ୍ରିପାଠୀ ହେବେ ମୁଖ୍ୟ ସୂଚନା କମିଶନ

ଭୁବନେଶ୍ୱର : ତାମିଲନାଡ଼ୁ ପୂର୍ବତନ ପୁଲିସ ଡିଜି ତଥା ୧୯୮୫ ବ୍ୟାଚର ଅବସରପ୍ରାପ୍ତ ଆଇପିଏସ୍ ଜଳଦ କୁମାର ତ୍ରିପାଠୀ ରାଜ୍ୟର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ପାଇବାର ସମ୍ଭାବନା ରହିଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଚୟନ କମିଟି ବୈଠକରେ ତାଙ୍କ ନାଁ ଉପରେ ମୋହର ବାଜିଛି ଓ ରାଜ୍ୟପାଳଙ୍କ ମଞ୍ଜୁରୀ ପରେ ତାଙ୍କ ନିଯୁକ୍ତି ସଂକ୍ରାନ୍ତ ବିଧିବଦ୍ଧ ବିଜ୍ଞପ୍ତି ଜାରି ହେବ ବୋଲି ଜଣାପଡ଼ିଛି ।

gpkandhamal

ମିଳିଥିବା ସୂଚନା ଅନୁସାରେ,  ରାଜ୍ୟ ମୁଖ୍ୟ ସୂଚନା କମିଶନର ସୁନୀଲ କୁମାର ମିଶ୍ରଙ୍କ ଅବସର ପରେ ଖାଲି ପଡ଼ିଥିବା ଏହି ପଦବୀ ପାଇଁ ରାଜ୍ୟ ସରକାର ୩ଜଣ ବରିଷ୍ଠ ଅଧିକାରୀଙ୍କ ନାଁକୁ ସର୍ଟଲିଷ୍ଟ କରିଥିଲେ । ତାମିଲନାଡୁର ପୂର୍ବତନ ପୁଲିସ ଡିଜି ଜଳଦ କୁମାର ତ୍ରିପାଠୀ, ରାଜ୍ୟର ପୂର୍ବତନ ପିସିସିଏଫ ସନ୍ଦୀପ ତ୍ରିପାଠୀ ଓ ଆଇପିଏସ୍ ଏମ.ଅକ୍ଷୟଙ୍କ ନାଁକୁ ସର୍ଟଲିଷ୍ଟ କରାଯାଇଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡରେ ଅନୁଷ୍ଠିତ ଚୟନ କମିଟି ବୈଠକରେ ଜେକେ ତ୍ରିପାଠୀଙ୍କ ନାଁରେ ମୋହର ବାଜିଥିବା ଜଣାପଡ଼ିଛି । ସେ କେନ୍ଦ୍ରୀୟ ଭିଜିଲାନ୍ସ କମିଶନ ଦୌଡ଼ରେ ରହିଥିଲେ ।

Umasankar Adv

ତାମିଲନାଡୁ କ୍ୟାଡ଼ରର ଓଡ଼ିଆ ଆଇପିଏସ୍ ଶ୍ରୀ ତ୍ରିପାଠୀ ୨୦୨୧ ଜୁନ୍ ୩୦ତାରିଖରେ ପୁଲିସ ଡିଜି ପଦବୀରୁ ଅବସର ନେଇଥିଲେ । ସେ ଚେନ୍ନାଇ ପୁଲିସ କମିଶନର ଭାବେ ମଧ୍ୟ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ।  ୨୦୦୮ ମସିହାରେ ସେ ପ୍ରଥମ ପୁଲିସ୍ ଭାବେ ପବ୍ଲିକ ଆଡମିନିଷ୍ଟ୍ରେସନରେ ଉଲ୍ଲେଖନୀୟ ସେବା ପାଇଁ ‘ପ୍ରଧାନମନ୍ତ୍ରୀ ଆୱାର୍ଡ’ରେ ସମ୍ମାନିତ ହୋଇଥିଲେ । ଶ୍ରୀ ତ୍ରିପାଠୀଙ୍କ ଘର କଟକ ଜିଲ୍ଲାର ସାଲେପୁର ବ୍ଲକର ଭେଡ଼ା ଗାଁରେ ବୋଲି ସୂଚନା ମିଳିଛି ।

Leave A Reply

Your email address will not be published.