ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣ ଗ୍ରାଫ୍

ଭୁବନେଶ୍ୱର, ସେପ୍ଟେମ୍ବର 23 : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୪୪ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୨ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୭୫ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬୯ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୨ ହଜାର ୫୯୪ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୨ ହଜାର ୫୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୭୧୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି

Leave A Reply

Your email address will not be published.