ଗତ ୨୪ ଘଣ୍ଟାରେ କରୋନା ନେଲା ଆଉ ୬ ଜଣଙ୍କ ଜୀବନ

ଭୁବନେଶ୍ୱର, ସେପ୍ଟେମ୍ବର ୨୪ : ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି କରୋନା ଗ୍ରାଫ୍ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୩୯ କରୋନା ପଜଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣଙ୍କ ମୁଣ୍ଡ ନେଇଛି କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । 

gpkandhamal

ତେବେ ଆଜି ୨ ଜିଲ୍ଲାରୁ ୬ ଜଣଙ୍କ ଜୀବନ ନେଇଛି କରୋନା ମହାମାରୀ । କଟକରୁ ୩ ଜଣଙ୍‌କ ମୃତ୍ୟୁ ହୋଇଥିବା ବେଳେ ସୁନ୍ଦରଗଡରୁ ୩ ଜଣଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୧୬୩କୁ ବୃଦ୍ଧି ପାଇଛି । 

Umasankar Adv

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ ୧୦୨୩୧୩୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୮୨୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୦୯୦୮୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୫୮୬୬୬୩କୁ ବୃଦ୍ଧି ପାଇଛି ।

Leave A Reply

Your email address will not be published.