ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ସେପ୍ଟେମ୍ବର 25 : ଗତ ୨୪ ଘଣ୍ଟାରେ ୬୦୨ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୧୭୦କୁ ବୃଦ୍ଧି ପାଇଛି ।

gpkandhamal

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଅନୁଗୁଳ,ବାଲେଶ୍ବର, ଭଦ୍ରକ,କଟକ ଓ ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Umasankar Adv

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୨୩ ହଜାର ୭୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୫ ହଜାର ୯୩୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୯ ହଜାର ୫୮୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୯୬୫୮୮୯୧ସାମ୍ପୁଲ ଟେଷ୍ଟ୍ ହୋଇଛି।

Leave A Reply

Your email address will not be published.