ଗତ ୨୪ ଘଣ୍ଟାରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର, ଅକ୍ଟୋବର ୫ : ରାଜ୍ୟରେ ଧିରେ ଧିରେ କମୁଛି କରୋନା ସକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ୪୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୨୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । 

gpkandhamal

ତେବେ ଆଜି ୨ ଜିଲ୍ଲାରୁ ୩ ଜଣଙ୍କ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କ ଜୀବନ ନେଇଛି କରୋନା । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସେହିପରି ଆଜି ୪୫୩ ଆକ୍ରାନ୍ତଙ୍କ ମଧ୍ୟରୁ ୨୬୫ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୮୮ ଜଣ ଲୋକାଲ କେସ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ ବୟସର ୫୩ ଜଣ ଆକ୍ରାନ୍ତଙ୍କ ରହିଛନ୍ତି । 

Umasankar Adv

ସୂଚନା ଅନୁସାରେ, ବର୍ତ୍ତମାନ ରାଜ୍ୟରେ ମୋଟ୍ ୧୦୨୮୮୧୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୫୦୭୫ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୧୫୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Leave A Reply

Your email address will not be published.