ଭାରତରେ ଗତ ୨୪ ଘଣ୍ଟାରେ ୨୮୫ ମୃତ

ନୂଆଦିଲ୍ଲୀ, ଅକ୍ଟୋବର ୦୬ : ଦେଶରେ ପୁଣି ଥରେ କରୋନା ଭାଇରସ ସଂକ୍ରମଣ ନିମ୍ନଗାମୀ ହୋଇଥିବା ଦେଖିବାକୁ ମିଳିଛି । ବିଗତ ୨୪ ଘଣ୍ଟା ମଧ୍ୟରେ ସୁସ୍ଥଙ୍କ ତୁଳନାରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି । ଏହି ସମୟ ମଧ୍ୟରେ ଦେଶରେ ୧୯ ହଜାର ୩୮୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫ ହଜାର ୮୯ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ୨୮୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । 

gpkandhamal

କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟର ରିପୋର୍ଟ ଅନୁସାରେ ବିଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୨ ହଜାର ୭୬୨କୁ ହ୍ରାସ ପାଇଛି । ଦେଶରେ କରୋନାରେ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୩୮ ଲକ୍ଷ ୭୦ ହଜାର ୩୮୫ ଥିବା ବେଳେ ୩ କୋଟି ୩୧ ଲକ୍ଷ ୬୮ ହଜାର ୫୫ ଜଣ ସୁସ୍ଥ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୯ ହଜାର ୫୬୮କୁ ବୃଦ୍ଧି ପାଇଥିବା କୁହାଯାଇଛି । କିନ୍ତୁ କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟର ରିପୋର୍ଟ ଆସିବା ପରେ ଦେଶରେ ବିଗତ ୨୪ ଘଣ୍ଟା ମଧ୍ୟରେ କରୋନାଜନିତ ମୃତ୍ୟୁ ଓ ସଂକ୍ରମିତଙ୍କ ସଠିକ ତଥ୍ୟ ଆସିବ ।

Umasankar Adv
Leave A Reply

Your email address will not be published.