ରାଜ୍ୟରେ ଉପର ତଳ ହୋଉଛି କରୋନା ଗ୍ରାଫ୍

ଭୁବନେଶ୍ୱର, ଅକ୍ଟୋବର ୭ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୮୨ ଆକ୍ଟିଭ୍ କେସ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୮୩ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୩୭ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୪୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪ ଜଣକୁ ବୃଦ୍ଧି ପାଇଛି।

gpkandhamal

ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧ ଲକ୍ଷ ୨୯ ହଜାର ୯୯୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୧୩ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧ ଲକ୍ଷ ୧୬ ହଜାର ୫୯୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୪୪୩୬୩୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Umasankar Adv
Leave A Reply

Your email address will not be published.