ଭୁବନେଶ୍ୱର, ଅକ୍ଟୋବର ୮ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି । ଆର୍ଥାତ ଆକ୍ରାନ୍ତଙ୍କ ସଂଖ୍ୟା ଉପର ତଳ ହେଉଛି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ଦିନେ ବଢିଲେ ଦିନେ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୪୨କୁ ବୃଦ୍ଧି ପାଇଛି । ଆଜି ୩ ଜିଲ୍ଲାରୁ ୪ ଜଣଙ୍କ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ନବରଙ୍ଗପୁର ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଜିଲ୍ଲା ଏବଂ ବଲାଙ୍ଗୀର ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୩୧୦୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ଷ ସେମାନଙ୍କ ମଧ୍ୟରୁ ୫୦୩୫ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୦୧୭୭୧୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।