ପୁଣି ୪ ଶହ ତଳକୁ ଖସିଲା ରାଜ୍ୟରେ ଦୈନିକ କରୋନା ସଂକ୍ରମଣ

ଭୁବନେଶ୍ୱର, ଅକ୍ଟୋବର ୧୮ : ଗତ ୨୪ ଘଣ୍ଟାରେ ରାଜ୍ୟର ୨୧ ଜିଲ୍ଲାରୁ ୩୪୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୦ ଜଣ ସଂକ୍ରମିତ ଅଛନ୍ତି । ୧୯୯ଟି ମାମଲା କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୧୪୧ଟି ମାମଲା ସ୍ଥାନୀୟ ସଂକ୍ରମଣ ।ଖୋର୍ଦ୍ଧାରୁ ସର୍ବାଧିକ ୧୪୯ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ୪୩, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୧୦ ଜଣ, ଯାଜପୁରରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୫ଟି ସଂକ୍ରମଣ ମାମଲା ଆସିଛି

Leave A Reply

Your email address will not be published.