କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର, ଅକ୍ଟୋବର ୧୯: ଗତ ୨୪ ଘଣ୍ଟାରେ ୫୫୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୪ ବୃଦ୍ଧି ପାଇଛି ।

gpkandhamal

ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ କଟକ ଓ ଜଗତସିଂହପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୫୯୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୮୪୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୨୭୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୧୭୫୪୭୬ ସାମ୍ପୁଲ ଟେଷ୍ଟ୍ ହୋଇଛି 

Umasankar Adv
Leave A Reply

Your email address will not be published.