ଅକ୍ଟୋବର ଆଣିଲା ଆଶ୍ୱସ୍ତିକର ଖବର

ଭୁବନେଶ୍ୱର, ଅକ୍ଟୋବର ୨୦ : ଗତ କିଛି ମାସ ମଧ୍ୟରେ ଆଜି ଏକ ଆଶ୍ୱସ୍ତିକର ଖବର ମିଳିଛି । କାରଣ ଆଜି ମାତ୍ର ୨ ଜଣ କରୋନାରେ ମୃତ୍ୟୁବରଣ କରିଥିବା ସୁଚନା ମିଳିଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୯୬ ବୃଦ୍ଧି ପାଇଛି ।  ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଜଗତସିଂହପୁର ଏବଂ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

gpkandhamal

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୬୫୩୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୭୮୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୨୩୩୯୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୧୨୪୬୦୦୬୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Umasankar Adv
Leave A Reply

Your email address will not be published.