ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୫୯ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ଅକ୍ଟୋବର ୨୦ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି । ଆର୍ଥାତ ଆକ୍ରାନ୍ତଙ୍କ ସଂଖ୍ୟା ଉପର ତଳ ହେଉଛି । ସେହିପରି ଗତ ୨୪ ଘଣ୍ଟାରେ ୫୫୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୬୫୩୨ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୨୧ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୨୩୮ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।  ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨, ବାଲେଶ୍ୱର ୧୨, ବରଗଡରୁ ୨, ଭଦ୍ରକରୁ ୫, ବଲାଙ୍ଗୀରରୁ ୩, ବୌଦ୍ଧ ୧୮,କଟକରୁ ୫୪, ଦେଓଗଡରୁ ୨, ଢେଙ୍କାନାଳରୁ ୧୦, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୪, ଯାଜପୁରରୁ ୧୪, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୪,କନ୍ଧମାଳ୨, ଖୋର୍ଦ୍ଧାରୁ ୨୭୯, କୋରାପୁଟରୁ ୬, ମୟୂରଭଞ୍ଜରୁ ୮, ନୟାଗଡରୁ ୯, ପୁରୀରୁ ୧୪, ରାୟଗଡାରୁ ୧, ସମ୍ବଲପୁରରୁ ୧୬, ସୁନ୍ଦରଗଡରୁ ୧୦, ଓ ଷ୍ଟେଟ ପୁଲରୁ ୬୮ ଜଣ ରହିଛନ୍ତି । 

gpkandhamal

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୩୬୫୩୨ ଜଣ କରୋନା ଆକ୍ରାନ୍ତ ଚିହନ୍ଟ ହୋଇଛନ୍ତି । ସେଥିମଧ୍ୟରୁ ୪୭୮୫ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧୦୨୩୩୯୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Umasankar Adv
Leave A Reply

Your email address will not be published.