ଭାରତରେ ୨୪ ଘଣ୍ଟାରେ ୧୮,୩୫୯ ନୂଆ ଆକ୍ରାନ୍ତ

ନୂଆଦିଲ୍ଲୀ, ଅକ୍ଟୋବର ୨୧: କରୋନା ଭାଇରସ ମହାମାରୀର ୨ୟ ଲହର ଭାରତରେ ନିୟମିତ ଭାବେ ହ୍ରାସ ପାଇବାରେ ଲାଗିଛି। ବିଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୩୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୭ ହଜାର ୫୬୦ ଜଣ କରୋନାରୁ ସୁସ୍ଥ ହୋଇଥିଲା ବେଳେ ୧୬୦ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।  ଦେଶରେ ଗତ ୨୪ ଘଣ୍ଟା ପୂର୍ବରୁ ୧୪ ହଜାର ୯୩୬ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିଲା ବେଳେ ୧୯ ହଜାର ୪୫୧ ଜଣ ସୁସ୍ଥ ହୋଇଥିଲେ। କିନ୍ତୁ ୧୯୯ ଜଣ ଗୁରୁତର ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ହୋଇଥିଲା।    

gpkandhamal

କୋଭିଡ-୧୯ ଉପରେ ନଜର ରଖିଥିବା ୱେବସାଇଟ ୱାଲଡୋମିଟରର ତଥ୍ୟ ଅନୁସାରେ ଦେଶରେ ଆଜି ପର୍ଯ୍ୟନ୍ତ ଦେଶରେ ୩ କୋଟି ୪୧ ଲକ୍ଷ ୨୬ ହଜାର ୬୮୨ ଜଣ ଲୋକ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ଏଥିରୁ ୩ କୋଟି ୩୪ ଲକ୍ଷ ୮୮ ହଜାର ୧୮୧ ଜଣ ସୁସ୍ଥ ହୋଇଛନ୍ତି। ଦେଶରେ ୪ ଲକ୍ଷ ୫୨ ହଜାର ୮୪୪ ଲୋକ କରୋନାଜନିତ ମୃତ୍ୟୁ ହୋଇଥିବା ବେଳେ ଏବେ ୧ ଲକ୍ଷ ୮୫ ହଜାର ୬୫୭ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ତେବେ ଭାରତ ସରକାରଙ୍କ ଦ୍ବାରା ଦୈନିକ କରୋନା ରିପୋର୍ଟ ଜାରି ହେବା ପରେ ଦେଶର ପ୍ରକୃତ ସଂକ୍ରମଣ ତଥ୍ୟ ଜଣାପଡ଼ିବ।             

Umasankar Adv
Leave A Reply

Your email address will not be published.