ବିଶ୍ବବ୍ୟାପୀ କରୋନା ଭାଇରସରେ ୪୯.୩୬ ଲକ୍ଷ ଲୋକଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ଅକ୍ଟୋବର ୨୧ : କରୋନା ଭାଇରସ ମହାମାରୀରେ ବିଶ୍ବବ୍ୟାପୀ ୪୯ ଲକ୍ଷରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଏହି ଭାଇସରରେ ୨୪ କୋଟି ୨୭ ଲକ୍ଷ ଲୋକ ଆକ୍ରାନ୍ତ ହୋଇଛନ୍ତି। ବିଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୪ ଲକ୍ଷ ୪୮ ହଜାର ୩୪୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୭ ହଜାର ୪୩୬ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।  

ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୪ କୋଟି ୨୭ ଲକ୍ଷ ୬୪ ହଜାର ୭୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୪୯ ଲକ୍ଷ ୩୬ ହଜାର ୮୪୯ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୨ କୋଟି ୪୧ ହଜାର ୧୯୦ ଜଣ  କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୧  କୋଟି ୭୭ ଲକ୍ଷ ୮୬ହଜାର ୭୫୫ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୭୭ ହଜାର ୨୧୫ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। 

Umasankar Adv
Leave A Reply

Your email address will not be published.