ବିଶ୍ବବ୍ୟାପୀ କରୋନା ଭାଇରସ୍‌ରେ ୨୪.୪୦ କୋଟି ଲୋକ ଆକ୍ରାନ୍ତ

ନୂଆଦିଲ୍ଲୀ, ଅକ୍ଟୋବର ୨୪ : ବିଶ୍ବବ୍ୟାପୀ କରୋନା ଭାଇରସ ସଂକ୍ରମଣ ଯୋଗୁଁ ୨୪୪୦ କୋଟି ଲୋକ ଆକ୍ରାନ୍ତ ହୋଇଛନ୍ତି। ଏଥିରୁ ୨୨.୧୧ କୋଟି ଲୋକ ସୁସ୍ଥ ହୋଇଛନ୍ତି। ବିଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୩ ଲକ୍ଷ ୭୨ ହଜାର ୧୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୮୮୪ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।  

ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୪ କୋଟି ୪୦ ଲକ୍ଷ ୮୭ ହଜାର ୩୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୪୯ ଲକ୍ଷ ୫୮ ହଜାର ୯୨୪ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୨ କୋଟି ୧୧ ଲକ୍ଷ ୫୬ ହଜାର ୩୨୯ ଜଣ  କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୧  କୋଟି ୭୯ ଲକ୍ଷ ୭୨ ହଜାର ୧୦୦ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୭୬ ହଜାର ୮୫ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। 

Umasankar Adv
Leave A Reply

Your email address will not be published.