୨୪ ଘଣ୍ଟାରେ ବାହାରିଲେ ୪୨୫ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, ଅକ୍ଟୋବର 25 : ଗତ ୨୪ ଘଣ୍ଟା ମଧ୍ୟରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୮୮୩୬ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୯ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୭୬ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

gpkandhamal

ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୧ ଜଣ ପଜିଟିଭ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୮୮୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୪୫୫୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୨୫୯୧୭ଜଣ ସୁସ୍ଥ ହୋଇଛନ୍ତି । 

Umasankar Adv
Leave A Reply

Your email address will not be published.