ଗତ ୨୪ ଘଣ୍ଟାରେ ୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର, ଅକ୍ଟୋବର ୨୬ : ରାଜ୍ୟରେ ଧୀରେ ଧୀରେ ହ୍ରାସ ପାଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ଭିତରେ ୪୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୧୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । 

gpkandhamal

ଆଜି ୨ଟି ଜିଲ୍ଲାରୁ ୪ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ସେହିପରି ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୯୨୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୬୨୩ଟି ଆକ୍ଟିଭ କେସ ରହିଛି । ଏହାସହିତ ୧୦୨୬୨୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Umasankar Adv
Leave A Reply

Your email address will not be published.