ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୬୫ କରୋନା ସଂକ୍ରମିତ

ଭୁବନେଶ୍ୱର, ଅକ୍ଟୋବର ୨୯ : ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୦୫୯୫ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୨ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୫୩ ଜଣ ଲୋକାଲ କେସ୍ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସର ୫୬ ଜଣ ପଜିଟିଭ ରହିଛନ୍ତି ।  ଅନୁଗୁଳ ୧,ବାଲେଶ୍ୱରରୁ ୨, ବରଗଡରୁ ୧, ଭଦ୍ରକରୁ ୭, କଟକରୁ ୩୪,ଦେଓଗଡ୬, ଢେଙ୍କାନାଳ ୪,ଗଜପତି ୫, ଗଞ୍ଜାମ ୫, ଝାରସୁଗୁଡାରୁ ୧୩, ଯାଜପୁର ୧୦, କଳାହାଣ୍ଡିରୁ ୩, କେନ୍ଦ୍ରାପଡାରୁ ୨୦, ଖୋର୍ଦ୍ଧାରୁ ୧୫୭, ମାଲାକାନଗିରି ୧, ମୟୂରଭଞ୍ଜରୁ ୨୩, ନୟାଗଡରୁ ୧, ନୂଆପଡାରୁ ୩, ପୁରୀରୁ ୧୦, ରାୟଗଡାରୁ ୧, ସମ୍ବଲପୁରରୁ ୧୦, ସୁନ୍ଦରଗଡରୁ ୮ ଓ ଷ୍ଟେଟ ପୁଲରୁ ୩୭ ଜଣ ରହିଛନ୍ତି। 

gpkandhamal

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୦୫୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୪୫୬୩ ଟି ଆକ୍ଟିଭ କେସ ରହିଛି । ଏହାସହିତ ୧୦୨୭୬୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Umasankar Adv
Leave A Reply

Your email address will not be published.