ରାଜ୍ୟରେ କମୁଛି କରୋନା ଗ୍ରାଫ୍‌

ଭୁବନେଶ୍ୱର, ନଭେମ୍ବର ୩ : ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ଗତ କିଛି ଦିନ ହେଲା ସଂକ୍ରମଣ ମାମଲା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରୁ ୩୨୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରି ସୂଚନା ଦିଆଯାଇଛି । 

gpkandhamal

ତେବେ ଆଜି ୩ ଜିଲ୍ଲାରୁ ୩ ଜଣଙ୍କ ମୁଣ୍ଡ ନେଇଛି କରୋନା । ଖୋର୍ଦ୍ଧା, ମୟୁରଭଞ୍ଜ ଓ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୪୨୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୦୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୦୦୨୬ ଜଣ ସୁସ୍ଥ ହୋଇଛନ୍ତି । 

Umasankar Adv
Leave A Reply

Your email address will not be published.