କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ

ଭୁବନେଶ୍ୱର ,ନଭେମ୍ବର ୦୪ :ଗତ ୨୪ ଘଣ୍ଟାରେ ୩୫୧ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୪୭ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି

Leave A Reply

Your email address will not be published.