୨୪ ଘଣ୍ଟାରେ ବାହାରିଲେ ୩୫୧ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ,ନଭେମ୍ବର ୦୪ : ଗତ ୨୪ ଘଣ୍ଟା ମଧ୍ୟରେ ୩୫୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୨୭୭୩ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୭ ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୪୪ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୪୫ ଜଣ ପଜିଟିଭ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୯୩୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୪୪୨ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୪୦୮୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave A Reply

Your email address will not be published.