ହାଇକୋର୍ଟର ନୂଆ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଆଦିତ୍ୟ କୁମାର ମହାପାତ୍ର

କଟକ, ନଭେମ୍ବର ୫: ଓଡିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଶୁକ୍ରବାର ଜଶ୍ଟିସ ଆଦିତ୍ୟ କୁମାର ମହାପାତ୍ର ଶପଥ ନେଇଛନ୍ତି । ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ ମୁରଲୀଧର ଜଷ୍ଟିସ ଆଦିତ୍ୟ ମହାପାତ୍ରଙ୍କୁ ଶପଥ ପାଠ କରାଇଛନ୍ତି । ହାଇକୋର୍ଟ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ଶପଥ ପାଠ ଉତ୍ସବରେ ହାଇକୋର୍ଟର ସମସ୍ତ ବିଚାରପତି, ଆଡଭୋକେଟ ଜେନେରାଲ, ହାଇକୋର୍ଟ ବାର ଆସୋସିଏସନ କର୍ମକର୍ତ୍ତା ପୋଲିସ ଡିଜି, ପୋଲିସ କମିଶନରଙ୍କ ସମେତ ବହୁ ବରିଷ୍ଠ ବ୍ୟକ୍ତି ଉପସ୍ଥିତ ଥିଲେ ।  ଜଷ୍ଟିସ ଆଦିତ୍ୟ କୁମାର ମହାପାତ୍ର ହେଉଛନ୍ତି କଟକ ଜିଲ୍ଲା ସୂତାହାଟର ବାସିନ୍ଦା । ୧୯୮୪ ମସିହାରେ ରେଭେନ୍ସା କଲଜିଏଟ ସ୍କୁଲରୁ ମାଟ୍ରିକ ପାସ କରିବା ପରେ ରେଭେନ୍ସା ମହାବିଦ୍ୟାଳୟରୁ ଉଚ୍ଚ ଶିକ୍ଷା ଶେଷ କରିଥିଲେ । ଏହାପରେ ମଧୁସୂଦନ ଆଇନ ମହାବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ଶେଷ କରି ୧୯୯୫ ମସିହାରେ ରାଜ୍ୟ ଆଇନଜୀବୀ ପରିଷଦରେ ଆଇନଜୀବୀ ଭାବେ ପଞ୍ଜୀକୃତ ହୋଇଥିଲେ । 

gpkandhamal

ସେବେଠାରୁ ସେ ଆଇନଜୀବୀ ଭାବେ ନିଜର ବୃତ୍ତିଗତ ଜୀବନ ଆରମ୍ଭ କରିଥିଲେ । ପରେ ଓଡିଶା ମାନବିକ ଅଧିକାର ଆୟୋଗ, ବିପିୟୁଟି ଓ ଭାରତୀୟ ନିର୍ବାଚନ କମିଶନଙ୍କର ଓକିଲ ଭାବେ ସେ ଓଡିଶା ହାଇକୋର୍ଟରେ ଗୁରୁଦାୟିତ୍ୱ ନିର୍ବାହ କରିଛନ୍ତି । ସେ ହାଇକୋର୍ଟରେ ସମସ୍ତ ପ୍ରକାର ମାମଲାର ପରିଚାଳନାରେ ଥିଲେ ।   

Umasankar Adv
Leave A Reply

Your email address will not be published.