ଭୁବନେଶ୍ୱର ,ନଭେମ୍ବର ୦8 : ଗତ ୨୪ ଘଣ୍ଟାରେ ୨୭୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଗଞ୍ଜାମ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୩୭୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୧୩୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୨୧୯୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୪୭୧୦୦୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।