ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୯୬ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ନଭେମ୍ବର ୦୯ : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି । ଆର୍ଥାତ ଆକ୍ରାନ୍ତଙ୍କ ସଂଖ୍ୟା ଉପର ତଳ ହେଉଛି । ଗତ ୨୪ ଘଣ୍ଟାରେ ୨୯୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୪୦୪୧ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟାଇନରୁ ହୋଇଥିବା ବେଳେ ୧୨୨ ଜଣ ଲୋକାଲ୍ କେସ୍ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ୫୮ ଜଣ ପଜିଟିଭ ରହିଛନ୍ତି । 

gpkandhamal

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ୪, ଭଦ୍ରକରୁ ୪, ବଲାଙ୍ଗୀରରୁ ୨, କଟକରୁ ୨୩, ଦେଓଗଡରୁ ୫, ଢେଙ୍କାନାଳରୁ ୧,ଗଜପତି ୧୦ , ଜଗତସିଂହପୁରରୁ ୩, ଯାଜପୁରରୁ ୧୪, ଝାରସୁଗୁଡାରୁ ୧, କେନ୍ଦ୍ରାପଡାରୁ ୧, ଖୋର୍ଦ୍ଧା ୧୫୨, କୋରାପୁଟରୁ ୧, ମାଲକାନଗିରି ୪ , ମୟୂରଭଞ୍ଜରୁ ୪, ନୟାଗଡରୁ ୧, ପୁରୀରୁ ୧, ରାୟଗଡାରୁ ୧, ସମ୍ବଲପୁରରୁ ୪, ସୁନ୍ଦରଗଡରୁ ୨୩, ଓ ଷ୍ଟେଟ ପୁଲରୁ ୩୬ ଜଣ ରହିଛନ୍ତି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୪୪୦୪୧ ଜଣ କରୋନା ଆକ୍ରାନ୍ତ ଚିହନ୍ଟ ହୋଇଛନ୍ତି । ସେଥିମଧ୍ୟରୁ ୪୭୮୫ ଟି ଆକ୍ଟିଭ୍ କେସ୍ ରହିଥିବାବେଳେ ୧୦୩୨୫୬୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Umasankar Adv
Leave A Reply

Your email address will not be published.