କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ,ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୪ ବୃଦ୍ଧି

ଭୁବନେଶ୍ୱର ,ନଭେମ୍ବର ୦9 : ଗତ ୨୪ ଘଣ୍ଟାରେ ୨୯୬ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୬୪ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଥିବା ବେଳେ ଅନୁଗୁଳ ଜିଲ୍ଲାରୁ ଜଣେ ରହିଛନ୍ତି ।

gpkandhamal

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୪୦୪୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୦୫୮ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୨୫୬୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୫୨୪୩୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Umasankar Adv
Leave A Reply

Your email address will not be published.