ରାଜ୍ୟରେ କରୋନା ନେଲା ୨ ଜୀବନ

ଭୁବନେଶ୍ୱର, ନଭେମ୍ବର ୧୬ : ରାଜ୍ୟରେ କିଛି ଦିନ ହେଲା କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୩୮୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । 

gpkandhamal

ଆଜି ୨ ଜିଲ୍ଲାରୁ ୨ ଜଣଙ୍କ ମୁଣ୍ଡ ନେଇଛି କରୋନା । ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଓ କଟକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା ଜିଲ୍ଲାରୁ ୯୩ ବର୍ଷର ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୫୦ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି ।  ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୧୦୪୫୮୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୬୬୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୪୭୫୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

Umasankar Adv
Leave A Reply

Your email address will not be published.