ପ୍ରକାଶ ପାଇଲା ଯୁକ୍ତ ୨ ଅଫଲାଇନ୍ ପରୀକ୍ଷା ଫଳ, ପାସ୍ ହାର ୬୮.୬୬ ପ୍ରତିଶତ

ଭୁବନେଶ୍ୱର, ନଭେମ୍ବର ୨୦ : ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ଫଳ । ଚଳିତବର୍ଷର ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା ଫଳ ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଫଳ ପ୍ରକାଶ କରାଯାଇଛି । ପରୀକ୍ଷାର୍ଥୀମାନେ ୱେବସାଇଟ୍ ଦ୍ୱାରା ସେମାନଙ୍‌କ ରେଜଲ୍ଟ ଜାଣିପାରିବେ । ଚଳିତ ବର୍ଷ ଅଫଲାଇନ୍ ପରୀକ୍ଷାରେ ୬୮.୬୬ ପ୍ରତିଶତ ପାସ୍ ହାର ରହିଛି ।  ମୋଟ୍ ୮ ହଜାର ୪୬୦ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । କଳାରେ ମୋଟ୍ ପାସ୍ ହାର ୭୦,୭୨, ବାଣିଜ୍ୟରେ ୬୮.୬୧, ବିଜ୍ଞାନରେ ୬୪.୩୯ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫୧.୫୯ ପ୍ରତିଶତ ରହିଛି । କଳାରେ ଛାତ୍ରୀଙ୍କ ପାସ୍ ହାର ଛାତ୍ରଙ୍କ ତୁଳନାରେ ସର୍ବାଧିକ ରହିଛି । ଛାତ୍ରୀଙ୍କ ପାସ୍ ହାର ୬୮.୫୨ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ୬୨.୯୦ ପ୍ରତିଶତ ରହିଛି । ବିଜ୍ଞାନରେ ଛାତ୍ରୀଙ୍କ ପାସ୍ ହାର ୬୭.୭୩ ପ୍ରତିଶତ ରହିଥିବା ବେଳେ ଛାତ୍ରଙ୍କ ପାସ୍ ହାର ରହିଛି ୬୨.୪୪ ପ୍ରତିଶତ ।

gpkandhamal

ସେପଟେ ବାଣିଜ୍ୟରେ ଛାତ୍ରଙ୍କ ପାସ୍ ହାର ୬୮.୫୭ ରହିଥିବା ବେଳେ ଛାତ୍ରୀଙ୍କ ପାସ୍ ହାର ୬୬ ପ୍ରତିଶତ ରହିଛି । ତେବେ ଯୁକ୍ତ ଦଉଇ ମୂଲ୍ୟାୟନରେ ଅସନ୍ତୁଷ୍ଟ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଅକ୍ଟୋବରରେ ଅଫଲାଇନ୍ ପରୀକ୍ଷା କରାଯାଇଥିଲା । ଯେଉଁଥିରେ ଅଂଶଗ୍ରହଣ ପାଇଁ ୧୩ ହଜାର ୪୩ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୧୨ ହାଜରରୁ ଅଧିକ ପିଲା ପରୀକ୍ଷା ଦେଇଥିଲେ । କଳାରେ  ସର୍ବାଧିକ ୮୯୯୧ ପରୀକ୍ଷାର୍ଥୀ ରହିଥିବା ବେଳେ ବିଜ୍ଞାନରେ ୨୩୩୧, ବାଣିଜ୍ୟରେ ୬୧୭ ଓ ଧନ୍ଦାମୂଳକ ଶିକ୍ଷା ବିଭାଗରେ ୬୧୭ ପରୀକ୍ଷା ଦେଇଥିଲେ । 

Umasankar Adv
Leave A Reply

Your email address will not be published.