କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ

ଭୁବନେଶ୍ୱର ,ନଭେମ୍ବର 20 : ଗତ ୨୪ ଘଣ୍ଟାରେ ୨୩୯ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୯୧ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲା ଭୁବନେଶ୍ୱରର ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୬୭୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Leave A Reply

Your email address will not be published.