ନଭେମ୍ବର ୨୪ରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ

ଆସନ୍ତା ୨୪ତାରିଖରେ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ଗୁରୁତ୍ୱପୂର୍ଣ୍ଣ ରାଜ୍ୟ ପଦାଧିକାରୀ, ଜିଲ୍ଲା ସଭାପତି ଓ ପ୍ରଭାରୀ ବୈଠକ ଆସନ୍ତା ୨୩ ତାରିଖରେ ରାଜ୍ୟ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହେବ ।

୨୪ ତାରିଖରେ ହେବାକୁ ଥିବା ଏହି କାର୍ଯ୍ୟକାରିଣୀ ବୈଠକ ଭୁବନେଶ୍ୱରସ୍ଥିତ ହୋଟେଲ୍ ପଦ୍ମଜା ପ୍ରିମିୟମ୍ ଚନ୍ଦ୍ରଶେଖରପୁର ଠାରେ ଅନୁଷ୍ଠିତ ହେବ ବୋଲି ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

Umasankar Adv

ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେବାକୁ ଥିବା ଏହି ଗୁରୁତ୍ୱପୂର୍ଣ୍ଣ ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ବିଶେଶ୍ୱର ଟୁଡୁ ସମେତ ରାଜ୍ୟ ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ ଏବଂ ସହ ପ୍ରଭାରୀ ବିଜୟ ପାଲ ସିଂ ତୋମରଙ୍କ ସମେତ ସମସ୍ତ ସାଂସଦ ଓ ବିଧାୟକ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରମୁଖ ଯୋଗ ଦେବେ ।

Leave A Reply

Your email address will not be published.