କନ୍ଧମାଳରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ, ନଭେମ୍ବର ୨୨ : କନ୍ଧମାଳ ଜିଲ୍ଲା ଗସ୍ତରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପୂର୍ବାହ୍ନ ୧୧ଟାରେ ଫୁଲବାଣୀସ୍ଥିତ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅନ୍ତର୍ଗତ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଏହାସହିତ ସେ ପ୍ରାୟ ୩୦୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତିା କନ୍ଧମାଳ ଜିଲ୍ଲାର ୧ ଲକ୍ଷ ୬୭ ହଜାର ହିତାଧିକାରୀଙ୍କୁ ଏହି ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ କରିଛନ୍ତି ମୁଖ୍ୟମନ୍ତ୍ରୀ । 

gpkandhamal

ଏହାସହିତ ଜିଲ୍ଲାର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ, ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ପ୍ରଶାସନ ପକ୍ଷରୁ ଚୂଡାନ୍ତ ତାଲିକା ପ୍ରସ୍ତୁତ କରାଯାଇଥିଲା । ସୁରକ୍ଷା ଦୃଷ୍ଟିରୁ ୧୩ ପ୍ଲାଟୁନ ପୋଲିସ ଫୋର୍ସ ସହ ଅଫିସର ଏବଂ ଏସଓଜି, ଡିଭିଏଫ, ସିଆରପିଏଫ ଯବାନ ମୁତୟନ ହୋଇଥିଲା । 

Umasankar Adv
Leave A Reply

Your email address will not be published.