ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୭୧ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର, ନଭେମ୍ବର ୨୨: ରାଜ୍ୟରେ ଗତ କିଛି ଦିନ ହେଲା କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୪୭୧୭୪ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତହ୍‌କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୩ ଜଣ ସ୍ଥାନୀୟ ଅଞ୍ଚଳର ଅଟନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୩୪ ଜଣ ରହିଛନ୍ତି ।  ଅନୁଗୋଳରୁ ୧, ବାଲେଶ୍ୱରରୁ ୫, ବରଗଡରୁ ୧, ବୋଦ୍ଧରୁ ୩, କଟକରୁ ୧୦, ଢେଙ୍କାନାଳରୁ ୧, ଗଜପତିରୁ ୨, ଗଞ୍ଜାମରୁ ୭, ଜଗତସିଂହପୁରରୁ ୧, ଯାଜପୁରରୁ ୭, ଝାରସୁଗୁଡାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡାରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୭୬, ମୟୂରଭଞ୍ଜରୁ ୫, ପୁରୀରୁ ୫, ରାୟଗଡାରୁ ୧, ସମ୍ବଲପୁରରୁ ୧୩, ସୋନପୁରରୁ ୧, ସୁନ୍ଦରଗଡରୁ ୫ ଓ ଷ୍ଟେଟ ପୁଲରୁ ୧୮ ଜଣ ଚିହ୍ନଟ ହୋଇଛନ୍ତି । 

gpkandhamal

ସୂଚନା ଅନୁସାରେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୭୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୨୨୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୬୫୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୨୮୬୨୯୦ ସାମ୍ପୁଲ ଟେଷ୍ଟ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । 

Umasankar Adv
Leave A Reply

Your email address will not be published.