ବିଏସକେୱାଇ ସ୍ମାର୍ଡ କାର୍ଡରେ ଯୋଡି ହେବ ରାୟଗଡା

ରାୟଗଡା, ନଭେମ୍ବର ୨୩ : ରାୟଗଡା ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା କାର୍ଡର ଶୁଭାରମ୍ଭ ହେବ । ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଶୁଭାରମ୍ଭ କରିବେ । ରାୟଗଡାର ସ୍ଥାନୀୟ ଜିସିଡି ପଡିଆ ଠାରେ ହିତାଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ପରେ କାର୍ଡ ବଣ୍ଟନ କରାଯିବ । ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣମନ୍ତ୍ରୀ ଜଗନ୍ନାଥ ସାରକା, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଏବଂ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହି ଯୋଗ ଦେବେ । ଏହି ସ୍ୱାସ୍ଥ୍ୟ କାର୍ଡ ଦ୍ୱାରା ଜିଲ୍ଲାର ୨ ଲକ୍ଷ ୫୨ ହଜାର ୧୯୧ ପରିବାରର ୮ ଲକ୍ଷ ୩୪ ହଜାର ୫୭୦ ଜଣ ହିତାଧିକାରୀ ଉପକୃତ ହେବେ । 

gpkandhamal

ଏହି ସ୍ୱାସ୍ଥ୍ୟ କାର୍ଡ ବ୍ୟତୀତ ମୁଖ୍ୟମନ୍ତ୍ରୀ ଅନ୍ୟାନ୍ୟ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ସେତିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସେହିପରି ସୁରକ୍ଷାକୁ ନେଇ ବ୍ୟାପକ ପୋଲିସ ଫୋର୍ସ ମଧ୍ୟ ମୁତୟନ କରାଯାଇଛି ।

Umasankar Adv
Leave A Reply

Your email address will not be published.