ବିଶ୍ବବ୍ୟାପୀ କରୋନା ଭାଇରସ୍‌ରେ ୨୫.୮୩ କୋଟି ଲୋକ ଆକ୍ରାନ୍ତ, ୫୧.୭୩ ଲକ୍ଷ ମୃତ

ନୂଆଦିଲ୍ଲୀ, ନଭେମ୍ବର ୨୩ : କରୋନା ଭାଇରସ୍‌ ମହାମାରୀ ବିଶ୍ବରେ ସଂକଟ ସୃଷ୍ଟି କରିଛି। ଏପର୍ଯ୍ୟନ୍ତ ୫୧.୭୩ ଲକ୍ଷ ଲୋକଙ୍କର ମୃତ୍ୟୁ ହୋଇସାରିଛି। ଆକ୍ରାନ୍ତଙ୍କ ସଂଖ୍ୟା ୨୫.୮୩ କୋଟିରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ବିଶ୍ବରେ ୪ ଲକ୍ଷ ୨୯ ହଜାର ୧୯୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫ ହଜାର ୨୯୫ ଜଣ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି।  

ଆଜି ସକାଳ ୬ଟା ପର୍ଯ୍ୟନ୍ତ ବିଶ୍ବବ୍ୟାପୀ ୨୫ କୋଟି ୮୩ ଲକ୍ଷ ୩୭ ହଜାର ୮୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। କରୋନା ଯୋଗୁଁ ୫୧ ଲକ୍ଷ ୭୩ ହଜାର ୮୯୨ ଜଣଙ୍କର ମୃତ୍ୟୁ ହୋଇସାରିଛି। ଏବେ ବିଶ୍ବରେ ୨୩ କୋଟି ୩୭ ଲକ୍ଷ ୬୦ ହଜାର ୮୯୭ ଜଣ  କରୋନାରୁ ସୁସ୍ଥ ହୋଇସାରିଥିବା ବେଳେ ୧  କୋଟି ୯୪ ଲକ୍ଷ ୩ ହଜାର ୭୯ ଜଣ ସକ୍ରିୟ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଛି। ଏଥିରୁ ୮୦ ହଜାର ୩୬୬ ରୋଗୀଙ୍କ ଅବସ୍ଥା ସଂକଟାପନ୍ନ ରହିଛି। 

Umasankar Adv
Leave A Reply

Your email address will not be published.